ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଭଦ୍ରକ ଜିଲ୍ଲାର ଆଖୁଆପଦାରେ ସର୍ବାଧିକ ୫୮.୬ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୦ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଭଦ୍ରକ ଜିଲ୍ଲାର ଆଖୁଆପଦାରେ ସର୍ବାଧିକ ୫୮.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରିରେ ୪୫.୦ ମି.ମି., ବାଲେଶ୍ୱର ଜିଲ୍ଲାର ନିଳଗିରିରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଭଦ୍ରକ ଜିଲ୍ଲାର ଆଖୁଆପଦାରେ ସର୍ବାଧିକ ୫୮.୬ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୦ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଭଦ୍ରକ ଜିଲ୍ଲାର ଆଖୁଆପଦାରେ ସର୍ବାଧିକ ୫୮.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରିରେ ୪୫.୦ ମି.ମି., ବାଲେଶ୍ୱର ଜିଲ୍ଲାର ନିଳଗିରିରେ ୩୧.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ବେଗୁନିଆରେ ୩୧.୦ ମି.ମି., କେନ୍ଦୁଝର ଜିଲ୍ଲାର ହାଟଡିହିରେ ୩୦.୬ ମି.ମି., ନୟାଗଡ଼ ଜିଲ୍ଲାର ରଣପୁରରେ ୨୬.୨ ମି.ମି., ଖୋର୍ଦ୍ଧା ଜିଲ୍ଲାର ଖୋର୍ଦ୍ଧା (ପିଟିଓ)ରେ ୨୪.୦ ମି.ମି., ଅନୁଗୁଳ ଜିଲ୍ଲାର ବଅଁରପାଳରେ ୨୨.୨ ମି.ମି., ଯାଜପୁର ଜିଲ୍ଲାର କୋରେଇରେ ୨୦.୦ ମି.ମି., ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡିରେ ୨୦.୦ ମି.ମି., ନବରଙ୍ଗପୁରରେ ୧୯.୬ ମି.ମି., କଟକ ଜିଲ୍ଲାର ନରସିଂହପୁରରେ ୧୯.୦ ମି.ମି. ଏବଂ ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୧୮.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande