କଂଗ୍ରେସ ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର, ୨୦ ଅଗଷ୍ଟ (ହି.ସ)- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କର ଜୟନ୍ତୀ ଉତ୍ସବ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି। ଏହି
cong


ଭୁବନେଶ୍ୱର, ୨୦ ଅଗଷ୍ଟ (ହି.ସ)- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କର ଜୟନ୍ତୀ ଉତ୍ସବ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳେ ପିସିସି ସଭାପତି ଶ୍ରୀ ଦାସଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ଭୁବନେଶ୍ୱର ରାଜୀବ ଭବନ ପରିସର ସ୍ଥିତ ରାଜୀବ

ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ କଂଗ୍ରେସ ଭବନରେ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ

ମାଲ୍ୟାର୍ପଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧାରୀ

ଗମାଙ୍ଗୋ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, କଂଗ୍ରେସ ନେତା ସର୍ବଶ୍ରୀ ଜୟଦେବ ଜେନା,

ପ୍ରସାଦ ହରିଚନ୍ଦନ, ଶିବାନନ୍ଦ ରାୟ, ସୁରେଶ କୁମାର ରାଉତରାୟ, ମିନାକ୍ଷୀ ବାହିନୀପତି ପ୍ରମୁଖ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande