
ନୂଆପଡ଼ା, ୨୧ ଅଗଷ୍ଟ (ହି.ସ.)- ନୂଆପଡ଼ା ଜିଲ୍ଲା କୋମନା ଅଞ୍ଚଳରେ ଜମି ଜାଲିଆତି ଘଟଣାକୁ ନେଇ ଆଜି ସକାଳ ୧୦ଟା ସମୟରେ ଜିଲ୍ଲା କଂଗ୍ରେସ ସଭାପତି ଘାସିରାମ ମାଝୀଙ୍କ ନେତୃତ୍ୱରେ ଏକ କଂଗ୍ରେସ ପ୍ରତିନିଧି ମଣ୍ଡଳୀ କୋମନା ଥାନାଧିକାରୀଙ୍କୁ ସାକ୍ଷାତ କରିଛି।
ପ୍ରତିନିଧି ମଣ୍ଡଳୀ ପକ୍ଷରୁ ଜମି ଜାଲିଆତି ଘଟଣାରେ ସମ୍ପୃକ୍ତ ଅଧିକାରୀ ଓ ଦୋଷୀ ବ୍ୟକ୍ତିମାନଙ୍କ ବିରୋଧରେ ତୁରନ୍ତ ଆଇନଗତ ପଦକ୍ଷେପ ନେବା ସହ ସେମାନଙ୍କୁ ଗିରଫ କରିବାକୁ ଦାବି କରାଯାଇଥିଲା। ଘଟଣାର ନିରପେକ୍ଷ ତଦନ୍ତ କରି ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ଦଳ ପକ୍ଷରୁ ଦାବି ରଖାଯାଇଥିଲା। ଏହି ପ୍ରତିନିଧି ମଣ୍ଡଳୀରେ ଶ୍ରୀ ମାଝୀଙ୍କ ସହ ଜିଲ୍ଲା କଂଗ୍ରେସ ଉପସଭାପତି ଭରତ ରାଉତ, ରବି ମଙ୍ଗରାଜ, ସୁଧୀର ମିଶ୍ର ଓ ଅମିତ ଅହିର ପ୍ରମୁଖ ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / ହେମନ୍ତ