
ଭୁବନେଶ୍ୱର, ୨୧ ଅଗଷ୍ଟ (ହି.ସ) - ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଶୁକ୍ରବାର ପୂର୍ବାହ୍ନରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓ କନ୍ ଫରେନ୍ସିଂ ଜରିଆରେ ରାଜ୍ୟର ସମସ୍ତ ରେଞ୍ଜର ଆଇଜି/ଡିଆଇଜି ଏବଂ ସମସ୍ତ ଜିଲ୍ଲାର ଏସ୍ପିମାନେ ବୈଠକରେ ଯୋଗଦେଇଥିଲେ।
ବୈଠକରେ ରାଜ୍ୟର ବତମାନର ଆଇନ-ଶୃଙ୍ଖଳା ପରିସ୍ଥିତି, ଅପରାଧ ଦମନ ଓ ନିୟନ୍ତ୍ରଣ, ସମ୍ବେଦନଶୀଳ ଅଂଚଳ ଚିହ୍ନଟ, ଗୁରୁତ୍ୱପୂର୍ଣ୍ଣ ଅପରାଧର ସମୀକ୍ଷା, ଜନସାଧାରଣଙ୍କୁ ଉତମ ପୋଲିସ ସେବା ପ୍ରଦାନ ଏବଂ ବିଭିନ୍ନ ପ୍ରଶାସନିକ ପ୍ରସଙ୍ଗ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା