ଓଡ଼ିଶାର ସଙ୍ଗୀତ ଜଗତରେ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହେଲା-ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ୨୧ ଅଗଷ୍ଟ (ହି.ସ) - ଓଡ଼ିଶାର ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି, ଶ୍ରୀ ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ଦଶନ୍ଧି ଧରି ନିଜ
tyj


ଭୁବନେଶ୍ୱର, ୨୧ ଅଗଷ୍ଟ (ହି.ସ) - ଓଡ଼ିଶାର ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସେ କହିଛନ୍ତି, ଶ୍ରୀ ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ଦଶନ୍ଧି ଧରି ନିଜର ସୁମଧୁର କଣ୍ଠ, ଭାବପୂର୍ଣ୍ଣ ଗାୟନ ଶୈଳୀ ମାଧ୍ୟମରେ ସେ ଅନେକ ଶ୍ରୋତାଙ୍କ ମନରେ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶାର ସଙ୍ଗୀତ ଓ ସଂସ୍କୃତି ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହେଲା । ଓଡ଼ିଆ ସଙ୍ଗୀତ ଓ ଚଳଚ୍ଚିତ୍ର ସଙ୍ଗୀତ କ୍ଷେତ୍ରରେ ତାଙ୍କର ଅବଦାନ ଅତୁଳନୀୟ ଏବଂ ଚିରସ୍ମରଣୀୟ ହୋଇ ରହିବ ।

ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande