ପ୍ରଣବ ପଟ୍ଟନାୟକଙ୍କ ବିୟୋଗରେ ରାଜ୍ୟପାଳଙ୍କ ଶୋକ
ଭୁବନେଶ୍ୱର, ୨୧ ଅଗଷ୍ଟ (ହି.ସ) - ପ୍ରସିଦ୍ଧ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ବିୟୋଗରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତାରେ ରାଜ୍ୟପାଳ କହିଛନ୍ତି ପ୍ରସିଦ୍ଧ ଓଡ଼ିଆ କଣ୍ଠଶିଳ୍ପୀ ଶ୍ରୀ ପ୍ରଣବ ପଟ୍ଟନାୟକ ଜୀଙ୍କ ବିୟୋଗରେ ମୁଁ ଗଭୀର ଭାବେ ମର୍ମାହତ।
yjht


ଭୁବନେଶ୍ୱର, ୨୧ ଅଗଷ୍ଟ (ହି.ସ) - ପ୍ରସିଦ୍ଧ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ବିୟୋଗରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ଶୋକବାର୍ତାରେ ରାଜ୍ୟପାଳ କହିଛନ୍ତି ପ୍ରସିଦ୍ଧ ଓଡ଼ିଆ କଣ୍ଠଶିଳ୍ପୀ ଶ୍ରୀ ପ୍ରଣବ ପଟ୍ଟନାୟକ ଜୀଙ୍କ ବିୟୋଗରେ ମୁଁ ଗଭୀର ଭାବେ ମର୍ମାହତ। ତାଙ୍କର ମଧୁର କଣ୍ଠସ୍ୱର ଓ ଓଡ଼ିଆ ସଙ୍ଗୀତ ପ୍ରତି ତାଙ୍କର ଅମୂଲ୍ୟ ଅବଦାନ ପିଢ଼ି ପିଢ଼ି ଧରି ସ୍ମରଣୀୟ ହୋଇ ରହିବ। ତାଙ୍କର ଦେହାବସାନ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ପରିବାରବର୍ଗ, ଆତ୍ମୀୟସ୍ୱଜନ ଓ ଅସଂଖ୍ୟ ପ୍ରଶଂସକଙ୍କ ପ୍ରତି ମୋର ହୃଦୟରୁ ସମବେଦନା। ମହାପ୍ରଭୁ ଶ୍ରୀଜଗନ୍ନାଥ ଦିବଙ୍ଗତ ଆତ୍ମାଙ୍କୁ ଚିରଶାନ୍ତି ପ୍ରଦାନ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande