
ଭୁବନେଶ୍ୱର, ୨୧ ଅଗଷ୍ଟ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୧ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ୨୧ ଜିଲ୍ଲା, ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ୨୦ ଜିଲ୍ଲା, ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୧୯ ଜିଲ୍ଲା ଏବଂ ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ