
ଭୁବନେଶ୍ୱର, ୨୨ ଅଗଷ୍ଟ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ଠାରୁ ଆସନ୍ତା ୨୯ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତିଭୀଷଣ ବର୍ଷା ଏବଂ ଅନ୍ୟ କେତେକ ସ୍ଥାନରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣରୁ ଅତିଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଗଜପତି, ରାୟଗଡ଼ା, କୋରାପୁଟ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, ରାୟଗଡ଼ା, କୋରାପୁଟ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୩ ଜିଲ୍ଲା(ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, କନ୍ଧମାଳ, ବରଗଡ଼, ସୋନପୁର, ବଲାଙ୍ଗିର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନବରଙ୍ଗପୁର, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(ସୁନ୍ଦରଗଡ଼, ସମ୍ବଲପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ୫ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୋନପୁର, ବଲାଙ୍ଗିର, ଝାରସୁଗୁଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ଗୋଟିଏ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ଗୋଟିଏ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ