ଏମଏମଡିଆର୍ ବିଲ ନେଇ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଦାବିରେ ରାଜ୍ୟପାଳଙ୍କୁ ଭେଟିଲା କଂଗ୍ରେସ
ଭୁବନେଶ୍ୱର, ୨୨ ଅଗଷ୍ଟ (ହି.ସ)- ଏମଏମଡିଆର୍ ବିଲକୁ ନେଇ ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ । ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଦାବି କରି କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧିମଣ୍ଡଳୀ ଶନିବାର ଲୋକ ଭବନ ଯାଇ ରାଜ୍ୟପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ
cong


ଭୁବନେଶ୍ୱର, ୨୨ ଅଗଷ୍ଟ (ହି.ସ)- ଏମଏମଡିଆର୍ ବିଲକୁ ନେଇ ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ । ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଦାବି କରି କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ନେତୃତ୍ୱରେ କଂଗ୍ରେସର ଏକ ପ୍ରତିନିଧିମଣ୍ଡଳୀ ଶନିବାର ଲୋକ ଭବନ ଯାଇ ରାଜ୍ୟପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛି ।

ଏସସମ୍ପର୍କରେ ରାମଚନ୍ଦ୍ର କାଡାମ କହିଛନ୍ତି, ଏମଏମଡିଆର ବିଲରେ ସରକାର ଯେଉଁ ସଂଶୋଧନ କରିଛନ୍ତି, କଂଗ୍ରେସ ତାହାକୁ ବିରୋଧ କରୁଛି । ଏହି ସଂଶୋଧନ ଯୋଗୁଁ ଓଡ଼ିଶା ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ରାଜସ୍ୱ ହରାଇବ। ଏଥିସହ ପ୍ରତିବର୍ଷ ରାଜ୍ୟ ପ୍ରାୟ ୨୦ ହଜାର କୋଟି ଟଙ୍କାର କ୍ଷତି ସହିବ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande