ଆଗାମୀ ୭ ଦିନ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା ଚେତାବନୀ : ଆଗାମୀ ୨୪ ଘଂଟା ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୩ ଅଗଷ୍ଟ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ଆସନ୍ତା ୩୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ଅତ୍ୟଧିକ ଭୀଷଣ ବର୍ଷା, କେତେକ ସ୍ଥାନରେ ଭୀଷଣରୁ ଅତିଭୀଷଣ ବର୍ଷା ଏବଂ ଅନ୍ୟ କେତେକ ସ୍ଥାନରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆ
ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା ଚେତାବନୀ : ଆଗାମୀ ୨୪ ଘଂଟା ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୭  ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୩ ଅଗଷ୍ଟ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ଆସନ୍ତା ୩୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ଅତ୍ୟଧିକ ଭୀଷଣ ବର୍ଷା, କେତେକ ସ୍ଥାନରେ ଭୀଷଣରୁ ଅତିଭୀଷଣ ବର୍ଷା ଏବଂ ଅନ୍ୟ କେତେକ ସ୍ଥାନରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଂଟା ପାଇଁ ଅତ୍ୟଧିକ ଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କଟକ, ଢ଼େଙ୍କାନାଳ, ଅନୁଗୁଳ, କଳାହାଣ୍ଡି, ନବରଙ୍ଗପୁର । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ବଲାଙ୍ଗିର, ନୂଆପଡା, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୨୦ ସେ.ମି. ପର୍ଯ୍ୟନ୍ତ, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା, ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲା ଏବଂ ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande