
ଭୁବନେଶ୍ୱର, ୨୩ ଅଗଷ୍ଟ (ହି.ସ.)- ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଂଚଳରେ ସୃଷ୍ଟି ହୋଇଥିବା ଏକ ଲଘୁଚାପ କ୍ଷେତ୍ର ରବିବାର ସକାଳ ୮ଟା ୩୦ ସୁଦ୍ଧା ଉତରପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଂଚଳ ଉପରେ ରହିଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସଂଚାଳନ ସମୁଦ୍ର ପତନ ଠାରୁ ୭.୬ କି.ମି. ପର୍ଯ୍ୟନ୍ତ ଲମ୍ବିଛି ଏବଂ ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ