
ଭୁବନେଶ୍ୱର, ୨୩ ଅଗଷ୍ଟ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ସମସ୍ତ ୩୦ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୫ ଜିଲ୍ଲା(କଟକ, ଢ଼େଙ୍କାନାଳ, ଅନୁଗୁଳ, କଳାହାଣ୍ଡି, ନବରଙ୍ଗପୁର)କୁ ରେଡ୍ ୱାର୍ଣ୍ଣିଂ, ୧୮ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼ )କୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୭ ଜିଲ୍ଲା(ଗଞ୍ଜାମ, ଗଜପତି, ବଲାଙ୍ଗିର, ନୂଆପଡା, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଓ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ