ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ ସ୍ଥାନରେ ଅତ୍ୟଧିକ ଭୀଷଣ ବର୍ଷା, ୧୫ ସ୍ଥାନରେ ଅତି ଭୀଷଣ ବର୍ଷା ଓ ୨୩ ସ୍ଥାନରେ ଭୀଷଣ ବର୍ଷା : କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ସର୍ବାଧିକ ୩୪୫.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୩ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଅତ୍ୟଧିକ ଭୀଷଣ ବର୍ଷା, ୧୫ଟି ସ୍ଥାନରେ ଅତି ଭୀଷଣ ବର୍ଷା ଏବଂ ୨୩ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ସର୍ବାଧିକ ୩୪୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ରାୟଗଡ଼
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ ସ୍ଥାନରେ ଅତ୍ୟଧିକ ଭୀଷଣ ବର୍ଷା, ୧୫ ସ୍ଥାନରେ ଅତି ଭୀଷଣ ବର୍ଷା ଓ ୨୩ ସ୍ଥାନରେ ଭୀଷଣ ବର୍ଷା : କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ସର୍ବାଧିକ ୩୪୫.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୩ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଅତ୍ୟଧିକ ଭୀଷଣ ବର୍ଷା, ୧୫ଟି ସ୍ଥାନରେ ଅତି ଭୀଷଣ ବର୍ଷା ଏବଂ ୨୩ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ସର୍ବାଧିକ ୩୪୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ରାୟଗଡ଼ା ଜିଲ୍ଲାର କାଶିପୁରରେ ୨୧୨.୦ ମି.ମି., କଳାହାଣ୍ଡି ଜିଲ୍ଲାର ଜୟପାଟଣାରେ ୨୦୦.୦ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁର(ପିଟିଓ)ରେ ୧୯୦.୬ ମି.ମି., ନବରଙ୍ଗପୁରରେ ୧୮୯.୦ ମି.ମି., ତେନ୍ତୁଳିଖୁଂଟିରେ ୧୮୯.୦ ମି.ମି., ପାପଡାହାଣ୍ଡିରେ ୧୭୫.୦ ମି.ମି., କଳାହାଣ୍ଡି ଜିଲ୍ଲାର କଲମପୁରରେ ୧୪୬.୪ ମି.ମି., ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ୧୪୫.୦ ମି.ମି., କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୧୪୪.୬ ମି.ମି., ରାୟଗଡ଼ା ଜିଲ୍ଲାର ଗୁଡାରିରେ ୧୩୪.୨ ମି.ମି., ଗୁଣୁପୁରରେ ୧୨୯.୪ ମି.ମି. ଏବଂ ବାଲେଶ୍ୱର ଜିଲ୍ଲାର ଏନଏଚ-୫, ଗୋବିନ୍ଦପୁରରେ ୧୨୮.୨ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande