ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ, ଆଗାମୀ ୨୪ ଘଂଟା ପାଇଁ ୩୦ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୨୪ ଅଗଷ୍ଟ (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ସମ
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୩୦ ଜିଲ୍ଲାକୁ ଚେତାବନୀ


ଭୁବନେଶ୍ୱର, ୨୪ ଅଗଷ୍ଟ (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ସମସ୍ତ ୩୦ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande