ପଟ୍ଟାମୁଣ୍ଡାଇରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର
କେନ୍ଦ୍ରାପଡ଼ା, ୨୫ ଅଗଷ୍ଟ(ହି.ସ.) – ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ଏବଂ ପ୍ରଶାସନିକ ସେବାକୁ ଲୋକଙ୍କ ଦ୍ୱାରରେ ପହଂଚାଇବା ଲକ୍ଷ୍ୟରେ ଆଜି ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀ ରଘୁରାମ ଆର୍. ଆୟରଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା
---------------ପଟ୍ଟାମୁଣ୍ଡାଇରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର


କେନ୍ଦ୍ରାପଡ଼ା, ୨୫ ଅଗଷ୍ଟ(ହି.ସ.) – ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ଏବଂ ପ୍ରଶାସନିକ ସେବାକୁ ଲୋକଙ୍କ ଦ୍ୱାରରେ ପହଂଚାଇବା ଲକ୍ଷ୍ୟରେ ଆଜି ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀ ରଘୁରାମ ଆର୍. ଆୟରଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା। ଶିବିରରେ ଆସିଥିବା ଅଭିଯୋଗକାରୀମାନେ ସେମାନଙ୍କର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ଉପସ୍ଥାପନ କରିଥିଲେ। ମୋଟ ୮୬ଟି ଅଭିଯୋଗ ଗ୍ରହଣ କରାଯାଇଥିବାବେଳେ ସେଥିମଧ୍ୟରୁ ୭୨ଟି ବ୍ୟକ୍ତିଗତ ଏବଂ ୧୪ଟି ସାମୂହିକ ଅଭିଯୋଗ ଥିଲା। ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୨୦ଟି ମାମଲାର ସ୍ଥଳରେ ତୁରନ୍ତ ସମାଧାନ କରାଯାଇଥିଲା। ସେହିପରି ୪ଜଣଙ୍କୁ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୋଟ୧୬,୦୦୦ ଆର୍ôଥକ ସହାୟତା ପ୍ରଦାନ କରାଯାଇଥିଲା। ଅବଶିଷ୍ଟ ଅଭିଯୋଗଗୁଡ଼ିକର ଶୀଘ୍ର ଏବଂ ପ୍ରଭାବଶାଳୀ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗଗୁଡ଼ିକୁ ତୁରନ୍ତ ପ୍ରେରଣ କରାଯାଇଛି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଆୟର ଅଭିଯୋଗଗୁଡ଼ିକର ଗୁରୁତ୍ୱକୁ ଅନୁଧ୍ୟାନ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରତ୍ୟେକ ମାମଲାର ଗୁଣାତ୍ମକ ଓ ସମୟବଦ୍ଧ ସମାଧାନ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି,ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁଧାକର ସାହୁ,ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ,ପଟ୍ଟାମୁଣ୍ଡାଇ ବିଡ଼ିଓ ଶୀତଲ ଅଗ୍ରୱାଲ, ତହସିଲଦାର ପଂଚାନନ ନାୟକ, ଡେପୁଟି କଲେକ୍ଟର ସରୋଜ କୁମାର ବେହେରାଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗଗୁଡ଼ିକର ଶୁଣାଣୀ କରିଥିଲେ। ସୂଚନାଯୋଗ୍ୟ ଯେ, ପରବର୍ତୀ ଅଭିଯୋଗ ଶୁଣାଣୀ ୩୧ ଅଗଷ୍ଟରେ ଅନୁଷ୍ଠିତ ହେବ। ଏହି ଶିବିରଗୁଡ଼ିକରେ ଜନସାଧାରଣ ଉପସ୍ଥିତ ରହି ସେମାନଙ୍କର ଅଭିଯୋଗ ଉପସ୍ଥାପନ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।

.......................................

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande