
ଭୁବନେଶ୍ୱର, ୨୫ ଅଗଷ୍ଟ (ହି.ସ.)- ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ତତ୍ସଂଲଗ୍ନ ଅଂଚଳ ତଥା ଝାଡ଼ଖଣ୍ଡ ଓ ଉତର ଓଡ଼ିଶା ଉପରେ ଥିବା ଲଘୁଚାପ କ୍ଷେତ୍ର ମଙ୍ଗଳବାର ସକାଳ ୮ଟା ୩୦ ସୁଦ୍ଧା ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଂଚଳ ଉପରେ ରହିଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସଂଚାଳନ ସମୁଦ୍ର ପତନ ଠାରୁ ୫.୮ କି.ମି. ପର୍ଯ୍ୟନ୍ତ ଲମ୍ବିଛି ଏବଂ ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଢଳି ରହିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଏହା ପଶ୍ଚିମ-ଉତରପଶ୍ଚିମ ଦିଗକୁ ଗତି କରି ଝାଡ଼ଖଣ୍ଡ ଅତିକ୍ରମ କରିବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ