ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା ବୈଠକ ଅନୁଷ୍ଠିତ
ଭୁବନେଶ୍ୱର ,୨୫ ଅଗଷ୍ଟ (ହି.ସ.)- ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାରକାର୍ଯ୍ୟକାରିତା ସଂପର୍କିତ ରାଜ୍ୟସ୍ତରୀୟ ପରିଚାଳନା କମିଟିର ପ୍ରଥମ ବୈଠକ ମଙ୍ଗଳବାର ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶା
cs


ଭୁବନେଶ୍ୱର ,୨୫ ଅଗଷ୍ଟ (ହି.ସ.)- ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାରକାର୍ଯ୍ୟକାରିତା ସଂପର୍କିତ ରାଜ୍ୟସ୍ତରୀୟ ପରିଚାଳନା କମିଟିର ପ୍ରଥମ ବୈଠକ ମଙ୍ଗଳବାର ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟରେ ଗୁଣାତ୍ମକ ଓ ସମାବେଶୀ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଭିତିଭୂମି ନିର୍ମାଣର ଅଗ୍ରଗତି, ଯୋଜନାର କାର୍ଯ୍ୟାନ୍ୱୟନ ଓ ବିଭିନ୍ନ ପ୍ରସଙ୍ଗ ଉପରେ ବିସ୍ତୃତ ସମୀକ୍ଷା କରାଯାଇଥିଲା।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଏନ୍ ତିରୁମାଲା ନାଏକଙ୍କ ସମେତ କମିଟିର ସଦସ୍ୟ ଥିବା ଅନ୍ୟବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ବୈଠକ ପ୍ରାରମ୍ଭରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବ, ରାଜ୍ୟସ୍ତରୀୟ ପରିଚାଳନା କମିଟିର ଭୂମିକା, ଦାୟିତ୍ୱ, ଯୋଜନାର କାର୍ଯ୍ୟାନ୍ୱୟନ ଏବଂ ନିରୀକ୍ଷଣ ଓ ତଦାରଖ ପାଇଁ ଗଠିତ ରାଜ୍ୟସ୍ତରୀୟ ସ୍ୱତନ୍ତ୍ର ସେଲ୍?ରକାର୍ଯ୍ୟକାରିତା ସମ୍ପର୍କରେ ଉପସ୍ଥାପନା କରିଥିଲେ । ବୈଠକରେ ଯୋଜନାର ସଠିକ୍ କାର୍ଯ୍ୟାନ୍ୱୟନ ପାଇଁ ଆନ୍ତଃବିଭାଗୀୟ ସମନ୍ୱୟ, ନିୟମିତ ଅଗ୍ରଗତି ସମୀକ୍ଷା ଏବଂ ଆବଶ୍ୟକତା ଅନୁଯାୟୀ ନୀତିଗତ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱ ଦିଆଯାଇଥିଲା।

ରାଜ୍ୟର ବିଭିନ୍ନ ଜିଲ୍ଲାରେ କାର୍ଯ୍ୟନ୍ୱୟନକାରୀ ସଂସ୍ଥାମାନଙ୍କ ଦ୍ୱାରା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ନିର୍ମାଣ କାର୍ଯ୍ୟରେ କେତେ ଅଗ୍ରଗତି ହୋଇଛି, ସେ ସଂପର୍କରେ ସମୀକ୍ଷା କରାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ୧୧୮ଟି ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୨୦୪ଟି, ସମୁଦାୟ ୩୨୨ଟି ବିଦ୍ୟାଳୟ ନିର୍ମାଣ ଏହି ଯୋଜନାରେ ସାମିଲ ହୋଇଛି। ବୈଠକରେ ମୁଖ୍ୟ ସଚିବ ବିଭିନ୍ନ ନିର୍ମାଣକାରୀ ସଂସ୍ଥାମାନଙ୍କ ଦ୍ୱାରା ନିର୍ମାଣ କାର୍ଯ୍ୟ ଅଗ୍ରଗତି ନେଇ ସମୀକ୍ଷା କରି କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଯୋଜନା କାର୍ଯ୍ୟକାରିତାକୁ ଅଧିକ ସଫଳ କରିବା ପାଇଁ ବିଦ୍ୟାଳୟ ଚୟନ ଓ ଭିତିଭୂମି ସମ୍ବନ୍ଧୀୟ କେତେକ ଗାଇଡଲାଇନରେ ସଂଶୋଧନ ପ୍ରସ୍ତାବ ଉପରେ ଆଲୋଚନା ହୋଇଛି। କେତେକ ସ୍ଥାନରେ ଜମିର ଆକାର, ଓସାର ଓ ଭୂମିର ଆକୃତି ଅନୁଯାୟୀ ପୂର୍ବରୁ ଅନୁମୋଦିତ ବର୍ଗାକାର ବିଲ୍ଡିଂ ପ୍ଲାନ୍ କାର୍ଯ୍ୟକାରୀ କରିବା ସମ୍ଭବ ହେଉନଥିବାରୁ ଆୟତାକାର ପ୍ଲାନ୍ ଅନୁମୋଦନ ପାଇଁ ବୈଠକରେ ପ୍ରସ୍ତାବ ଦିଆଯାଇଛି। ଯୋଜନାର କାର୍ଯ୍ୟାନ୍ୱୟନ, ନିରୀକ୍ଷଣ ଓ ଗୁଣାତ୍ମକ ତଦାରଖକୁ ଅଧିକ ସୁଦୃଢ଼ କରିବା ପାଇଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟସେଲ୍?ରେ ଟେକ୍ନିକାଲ୍ ଓ ଏକାଡେମିକ୍ ଏବଂ ପ୍ରଶାସନିକତଥା ଅର୍ଥ ଏବଂ ମାନବ ସମ୍ବଳ ନିୟୋଜନ ଉପରେ ଆଲୋଚନା ହୋଇଛି। ଆବଶ୍ୟକତା ଅନୁଯାୟୀ ପ୍ରସ୍ତାବିତ ବିଦ୍ୟାଳୟର ନିକଟସ୍ଥ ସରକାରୀ/ବେସରକାରୀ ଜମି ଅଧିଗ୍ରହଣ କରିବା ଏବଂ କେବଳ ପଞ୍ଚାୟତ ମୁଖ୍ୟାଳୟରେ ଏହି ବିଦ୍ୟାଳୟ ସ୍ଥାପନ ସୀମିତ ନରଖି, ସେଠାରେ ଜମି ଉପଲବ୍ଧ ନଥିଲେ ପଞ୍ଚାୟତର ସର୍ବାଧିକ ଜନବସତି ଥିବା ସ୍ଥାନରେ ବିଦ୍ୟାଳୟ ସ୍ଥାପନ ପାଇଁ ଗାଇଡଲାଇନ ସଂଶୋଧନ ପ୍ରସ୍ତାବ ଦିଆଯାଇଛି ।

ବୈଠକରେ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ମୂଳ ଲକ୍ଷ୍ୟ ହେଉଛି ଉନ୍ନତ ବିଦ୍ୟାଳୟ ଭିତିଭୂମି ସହିତ ଗୁଣାତ୍ମକ ପ୍ରାଥମିକ ଶିକ୍ଷା ପ୍ରଦାନ କରିବା।ନିର୍ମାଣ କାର୍ଯ୍ୟ ପରେ ଆବଶ୍ୟକ ସଂଖ୍ୟକ ଓ ଉତମ ଶିକ୍ଷକଙ୍କ ଉପଲବ୍ଧତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଆନୁଷଙ୍ଗିକ ସୁବିଧା ସୁନିଶ୍ଚିତ କରିବା ସରକାରଙ୍କ ପ୍ରାଥମିକତା ରହିବ ବୋଲି ସେ ଗୁରୁତ୍ୱାରୋପ କରିଥିଲେ ।ଏଥିପାଇଁ ଯୋଜନାର ପ୍ରତ୍ୟେକ ପର୍ଯ୍ୟାୟରେ ଉଚ୍ଚ ଆକାଂକ୍ଷା, ଗୁଣାତ୍ମକ ମାନଦଣ୍ଡ ଓ ଦୀର୍ଘମିଆଦୀ ଦୃଷ୍ଟିକୋଣ ରଖି କାର୍ଯ୍ୟ କରିବାକୁ ସେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande