
ଭୁବନେଶ୍ୱର, ୨୫ ଅଗଷ୍ଟ (ହି.ସ)- ଆସନ୍ତା ୨୭ ଅଗଷ୍ଟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୋପାଳପୁର,ଗଞ୍ଜାମ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ଦିନ ଧବଳେଶ୍ୱର ମନ୍ଦିର ପରିସର ଏବଂ ଗୋପାଳପୁରସ୍ଥିତ ଆର୍ମି ଏୟାର ଡିଫେନ୍ସ କଲେଜ୍ ପରିସରରେ ପ୍ରସ୍ତୁତି ଓ ବ୍ୟବସ୍ଥାର ସ୍ଥଳ ପରିଦର୍ଶନ କରି ସମୀକ୍ଷା କରିଛନ୍ତି।
ହେଲିପ୍ୟାଡ୍, ସୁରକ୍ଷା, ଯାତାୟାତ ଓ ଆବଶ୍ୟକୀୟ ଆନୁଷଙ୍ଗିକ ବ୍ୟବସ୍ଥାଗୁଡ଼ିକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ଉପରେ ଗୁରୁତ୍ୱ ଦିଆଗଲା। ମୁଖ୍ୟମନ୍ତ୍ରୀଙ୍କ ଗୋପାଳପୁର ଗସ୍ତକୁ ସଫଳ, ସୁରକ୍ଷିତ ଓ ସୁବ୍ୟବସ୍ଥିତ କରିବା ପାଇଁ ସମସ୍ତ ବିଭାଗର ସମନ୍ୱିତ ପ୍ରୟାସ ଜାରି ରହିଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା