ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତିଙ୍କ ଶୋକ
ଭୁବନେଶ୍ୱର, ୨୬ ଅଗଷ୍ଟ (ହି.ସ.) - ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତାରେ ବାଚସ୍ପତି ଜଣାଇଛନ୍ତି ଯେ, ସ୍ୱର୍ଗତ ସାହୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହେବା ତାଙ୍କ ଲୋକପ୍ରିୟତାର ପ୍ରମାଣ
bhn


ଭୁବନେଶ୍ୱର, ୨୬ ଅଗଷ୍ଟ (ହି.ସ.) - ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଗଭୀର ଶୋକବ୍ୟକ୍ତ କରିଛନ୍ତି ।

ଏକ ଶୋକ ବାର୍ତାରେ ବାଚସ୍ପତି ଜଣାଇଛନ୍ତି ଯେ, ସ୍ୱର୍ଗତ ସାହୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହେବା ତାଙ୍କ ଲୋକପ୍ରିୟତାର ପ୍ରମାଣ ଅଟେ। ପଦ୍ମପୁର ଅଂଚଳର ସର୍ବାଙ୍ଗୀନ ଉନ୍ନତି କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ । ଏଥି ସହ ବିଧାନସଭାରେ ମୁଖ୍ୟ ସଚେତକ ଭାବେ ସେ ଉଲ୍ଲେଖନୀୟ କାର୍ଯ୍ୟ କରିଯାଇଛନ୍ତି ।

ଏହି ଅବସରରେ ସ୍ୱର୍ଗତ ସାହୁଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ସ୍ୱର୍ଗତ ସାହୁଙ୍କ ମର ଶରୀର ବିଧାନସଭା ପରିସରରେ ପହଂଚିବା ପରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଅନ୍ତିମ ଦର୍ଶନ କରି ଶ୍ରଦ୍ଧାଂଜଳି ଜଣାଇଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande