
ଭୁବନେଶ୍ୱର, ୨୬ ଅଗଷ୍ଟ (ହି.ସ)- ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି।
ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଶ୍ରୀ ପ୍ରଧାନ ଲେଖିଛନ୍ତି ପଦ୍ମପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଜନପ୍ରତିନିଧି ଭାବରେ ତାଙ୍କର ଲୋକକଲ୍ୟାଣକାରୀ କାର୍ଯ୍ୟ ଗୁଡ଼ିକ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦ୍ ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।ଓଁ ଶାନ୍ତି
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା