
ନୂଆପଡ଼ା,୨୬ ଅଗଷ୍ଟ (ହି.ସ.)- ନୂଆପଡ଼ା ଜିଲ୍ଲା ଖଡ଼ିଆର ରୋଡ୍ ସହର ମଧ୍ୟଦେଇ ଯାଇଥିବା ଜାତୀୟ ରାଜପଥ-୩୫୩ର ଓସାରିକରଣ ପାଇଁ ଆଜି ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଥିବା ଜବରଦଖଲକୁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି।
ସହରର ଯାତାୟାତ ବ୍ୟବସ୍ଥାକୁ ସୁଗମ କରିବା ସହ ଟ୍ରାଫିକ ସମସ୍ୟା ହ୍ରାସ ପାଇଁ ରାଜପଥରେ ଡିଭାଇଡର ନିର୍ମାଣ ଏବଂ ୱାନ୍-ୱେ ଯାତାୟାତ ବ୍ୟବସ୍ଥା କରିବାର ପ୍ରସ୍ତାବ ରହିଥିବା ଜଣାପଡ଼ିଛି। ଏହା ଦ୍ୱାରା ସହରର ଟ୍ରାଫିକ ସମସ୍ୟା ଅନେକାଂଶରେ ଦୂର ହେବ ବୋଲି ଆଶା କରାଯାଉଛି।
ଉପଜିଲ୍ଲାପାଳ ସୂର୍ମି ସୋରେନଙ୍କ ନେତୃତ୍ୱରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଥିବା ବେଳେ ଖଡ଼ିଆର ରୋଡ୍ ଅତିରିକ୍ତ ତହସିଲଦାର ସୁଧାଂଶୁ ଶେଖର ମାଝୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ପୋଲିସ ପ୍ରଶାସନ ଉପସ୍ଥିତ ରହିଛନ୍ତି। ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି।
---------------
ହିନ୍ଦୁସ୍ଥାନ ସମାଚାର / ହେମନ୍ତ