
ଭୁବନେଶ୍ୱର, 26 ଅଗଷ୍ଟ (ହି.ସ.) ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ବିୟୋଗ ଖବର ବିଷୟରେ ଜାଣି ମୁଁ ମର୍ମାହତ। ଶୋକସନ୍ତପ୍ତ ପରିବାରବର୍ଗ ଓ ଆତ୍ମୀୟସ୍ୱଜନଙ୍କୁ ମୋର ଗଭୀର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ