ଆଗାମୀ ୭ ଦିନ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନା : ଆଗାମୀ ୨୪ ଘଂଟା ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୭ ଅଗଷ୍ଟ (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ୨୭ ତାରିଖ ସକାଳ ଠାରୁ ସେପ୍ଟେମ୍ବର ୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ଓ ଅନ୍ୟ କେତେକ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନା ନେଇ ଚେତାବନୀ ଜାରି ହୋଇଥିବା ବେଳେ ପରବର୍ତୀ ୨ ଦିନ ଅର୍ଥାତ୍ ସେପ୍ଟେମ୍ବର
ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନା : ଆଗାମୀ ୨୪ ଘଂଟା ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୭ ଅଗଷ୍ଟ (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ୨୭ ତାରିଖ ସକାଳ ଠାରୁ ସେପ୍ଟେମ୍ବର ୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ଓ ଅନ୍ୟ କେତେକ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନା ନେଇ ଚେତାବନୀ ଜାରି ହୋଇଥିବା ବେଳେ ପରବର୍ତୀ ୨ ଦିନ ଅର୍ଥାତ୍ ସେପ୍ଟେମ୍ବର ୧ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ପର୍ଯ୍ୟନ୍ତ କେତେକ ସ୍ଥାନରେ ଭୀଷଣ ବର୍ଷାର ସମ୍ଭାବନା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷାର ସମ୍ଭାବନା ନେଇ ୨ ଜିଲ୍ଲା(ମୟୂରଭଞ୍ଜ, ବାଲେଶ୍ୱର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ସମ୍ଭାବନା ନେଇ ୧୩ ଜିଲ୍ଲା(ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ,)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ୩୧ ତାରିଖ ସକାଳ ଠାରୁ ୧ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande