ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୨୫ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୨୭ ଅଗଷ୍ଟ (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୭ ତାରିଖ ସକାଳ ଠାରୁ ଆସନ୍ତା ସେପ୍ଟେମ୍ବର ୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୫ ଜିଲ୍ଲାକୁ ଚେତାବନୀ


ଭୁବନେଶ୍ୱର, ୨୭ ଅଗଷ୍ଟ (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୭ ତାରିଖ ସକାଳ ଠାରୁ ଆସନ୍ତା ସେପ୍ଟେମ୍ବର ୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୫ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ୨ ଜିଲ୍ଲାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୧ ତାରିଖ ସକାଳ ଠାରୁ ୧ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande