
ଭୁବନେଶ୍ୱର, ୨୭ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ସର୍ବାଧିକ ୮୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ୭୮.୦ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁରରେ ୬୭.୦ ମି.ମି., ନବରଙ୍ଗପୁର(ପିଟିଓ)ରେ ୬୫.୪ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୫୬.୮ ମି.ମି., ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡିରେ ୫୫.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲାଠିକଟାରେ ୫୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାଲିମୁଣ୍ଡଳିରେ ୪୯.୬ ମି.ମି., କୋରାପୁଟ ଜିଲ୍ଲାର ଲମତାପୁଟରେ ୪୩.୪ ମି.ମି., ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ୪୨.୯ ମି.ମି., ନବରଙ୍ଗପୁର ଜିଲ୍ଲାର ତେନ୍ତୁଳିଖୁଂଟିରେ ୪୧.୦ ମି.ମି., ମାଲକାନଗିରି ଜିଲ୍ଲାର କୋରକୁଣ୍ଡାରେ ୩୮.୦ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୩୦.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ