ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଭୁବନେଶ୍ୱର, ୨୯ ଅଗଷ୍ଟ (ହି.ସ.)- ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ -ବାଂଲାଦେଶ ଉପକୂଳରେ ଥିବା ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ, ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତର ଓଡ଼ିଶା ଉପକୂଳରେ ଆଜି ସକାଳ ୫ଟା ୩୦ ଭାରତୀୟ ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି
ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି


ଭୁବନେଶ୍ୱର, ୨୯ ଅଗଷ୍ଟ (ହି.ସ.)- ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ -ବାଂଲାଦେଶ ଉପକୂଳରେ ଥିବା ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ, ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତର ଓଡ଼ିଶା ଉପକୂଳରେ ଆଜି ସକାଳ ୫ଟା ୩୦ ଭାରତୀୟ ସମୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଆଜି ସକାଳ ୮ଟା ୩୦ ରେ ସେହି ଅଂଚଳରେ ରହିଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି ।

ଏହା ଅଧିକ ସ୍ପଷ୍ଟ ହେବା ସହିତ ଆଗାମୀ ୪୮ ଘଂଟା ମଧ୍ୟରେ ଉତର ଓଡ଼ିଶା- ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande