
ଭୁବନେଶ୍ୱର, ୨୯ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୪ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି, ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷିରେ ସର୍ବାଧିକ ୧୫୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମୟୂରଭଞ୍ଜ ଜିଲ୍ଲାର ଚନ୍ଦନପୁରରେ ୯୯.୬ ମି.ମି., ବିଜାତଳାରେ ୯୦.୦ ମି.ମି., ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ୭୩.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ସାରସକଣା ୭୨.୦ ମି.ମି., କେନ୍ଦୁଝର ଜିଲ୍ଲାର ଯୋଡାରେ ୫୮.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଦାରେ ୫୬.୦ ମି.ମି., ବାଲେଶ୍ୱର ଜିଲ୍ଲାର ରେମୁଣାରେ ୫୩.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୪୮.୦ ମି.ମି., ଭଦ୍ରକ ଜିଲ୍ଲାର ଭଦ୍ରକରେ ୪୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର କୁସୁମିରେ ୪୧.୦ ମି.ମି., ବାଲେଶ୍ୱର ଜିଲ୍ଲାର ବାଲେଶ୍ୱରରେ ୪୦.୨ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ରରୁଆଁରେ ୪୦.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ