ବନ୍ଦହେଲା ୪ ସ୍ଲୁଇସ୍ ଗେଟ୍ : ହୀରାକୁଦ ଜଳଭଣ୍ଡାରରୁ ୧୩ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୩ ଅଗଷ୍ଟ (ହି.ସ.)- ସୋମବାର ସନ୍ଧ୍ୟା ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୧୭ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଉପର ମୁଣ୍ଡରୁ ଜଳ ଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶର ମାତ୍ରା ହ୍ରାସ ପାଇଥିବାରୁ ସ୍ଥିତିକୁ ଦେଖି ପରେ ରାତି ୮ଟା ସୁଦ୍ଧା ପର୍ଯ୍ୟା
ହୀରାକୁଦ ଜଳଭଣ୍ଡାରରୁ ୧୩ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି


ହୀରାକୁଦ ଜଳଭଣ୍ଡାରରୁ ୧୩ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି


ସମ୍ବଲପୁର, ୩ ଅଗଷ୍ଟ (ହି.ସ.)- ସୋମବାର ସନ୍ଧ୍ୟା ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୧୭ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଉପର ମୁଣ୍ଡରୁ ଜଳ ଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶର ମାତ୍ରା ହ୍ରାସ ପାଇଥିବାରୁ ସ୍ଥିତିକୁ ଦେଖି ପରେ ରାତି ୮ଟା ସୁଦ୍ଧା ପର୍ଯ୍ୟାୟ କ୍ରମେ ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ମୋଟ୍ ୧୩ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୯ଟି ଏବଂ ଡାହାଣ ପାଶ୍ୱର୍ ଡାଇକ୍ ର ୪ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୧୯.୯୩ ଫୁଟ୍ ରହିଛି । ରାତି ୮ଟା ସୁଦ୍ଧା ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୫୪ ହଜାର ୨୪ କ୍ୟୁସେକ୍ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୧୩ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ, ପାୱାର ଚେନେଲ, ଶିଳ୍ପ ବ୍ୟବହାର ଓ ବିଭିନ୍ନ କେନାଲ ଦେଇ ମୋଟ୍ ୨ ଲକ୍ଷ ୪୦ ହଜାର ୪୭୩ କ୍ୟୁସେକ୍ ବନ୍ୟାଜଳ ନିଷ୍କାସନ ହେଉଛି ।

ସେହିପରି ଗତ ୨୪ ଘଂଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ହାରାହାରି ୦.୫୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande