
ଭୁବନେଶ୍ୱର, ୩୦ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୧୨ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି, ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବାଲେଶ୍ଵର ଜିଲ୍ଲାର ରାଜଘାଟରେ ସର୍ବାଧିକ ୧୫୬.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମୟୂରଭଞ୍ଜ ଜିଲ୍ଲାର କୁସୁମିରେ ୧୩୩.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲାଠିକଟାରେ ୧୧୨.୦ ମି.ମି., ବାଲେଶ୍ୱର ଜିଲ୍ଲାର ଜଳେଶ୍ୱରରେ ୮୮.୦ ମି.ମି., କନ୍ଧମାଳ ଜିଲ୍ଲାର କେ.ନୂଆଗାଁରେ ୮୭.୦ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୂଳ.ରାମପୁରରେ ୮୪.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇରେ ୮୨.୦ ମି.ମି., ବଲାଙ୍ଗିର ଜିଲ୍ଲାର ଗୁଡ଼ଭେଲାରେ ୭୪.୪ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରାରେ ୭୨.୦ ମି.ମି., କନ୍ଧମାଳ ଜିଲ୍ଲାର ବାଲିଗୁଡ଼ାରେ ୭୨.୦ ମି.ମି., ବୌଦ୍ଧ ଜିଲ୍ଲାର କଂଟାମାଳରେ ୬୮.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ାରେ ୬୭.୦ ମି.ମି. ଏବଂ କେନ୍ଦ୍ରାପଡ଼ା(ପିଟିଓ)ରେ ୬୭.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ