ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ
ଭୁବନେଶ୍ୱର, 30 ଅଗଷ୍ଟ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀରେ ତାଙ୍କୁ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ ନମନ କରିଛନ୍ତି । ଏହି ଅବସରରେ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି
ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀରେ ତାଙ୍କୁ     ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ


ଭୁବନେଶ୍ୱର, 30 ଅଗଷ୍ଟ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ

ଜୟନ୍ତୀରେ ତାଙ୍କୁ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ ନମନ କରିଛନ୍ତି ।

ଏହି ଅବସରରେ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ

ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ

ଆଚାର୍ଯ୍ୟଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ । ରାଜ୍ୟ ପାଇଁ ତାଙ୍କ ଅବଦାନ ସଦା ସର୍ବଦା

ସ୍ମରଣୀୟ ହୋଇ ରହିବ ।

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଓଡ଼ିଶାର

ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ

ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ଯେ,ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ତଥା ଶିକ୍ଷାବିତ୍ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀରେ ବିନମ୍ର

ଶ୍ରଦ୍ଧାଞ୍ଜଳି ଜଣାଉଛି । ସ୍ୱାଧୀନତା ସଂଗ୍ରାମ, ଶିକ୍ଷାର ପ୍ରସାର

ଏବଂ ଓଡ଼ିଶାର ସାମଗ୍ରିକ ବିକାଶ ପ୍ରତି ତାଙ୍କର ଅବଦାନ ସଦା ସ୍ମରଣୀୟ ହୋଇ ରହିବ ।

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ଓଡ଼ିଶାର

ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।

ଦେଶର ସ୍ୱାଧୀନତା ଆନ୍ଦୋଳନରୁ ଆରମ୍ଭ କରି ଓଡ଼ିଶାର ରାଜନୈତିକ ସ୍ଥିରତା ପର୍ଯ୍ୟନ୍ତ, ତାଙ୍କର

ସମ୍ପୂର୍ଣ୍ଣ ଜୀବନ ସମାଜର ମଙ୍ଗଳ ପାଇଁ ଉତ୍ସର୍ଗୀକୃତ ଥିଲା।

ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ, ଓଡ଼ିଶାର

ପୂର୍ବତନ ମୁଖ୍ୟମନ୍ତ୍ରୀ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ତଥା ଜନନେତା ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀ ଅବସରରେ ଭାବପୂର୍ଣ୍ଣ

ଶ୍ରଦ୍ଧାଞ୍ଜଳି।

ସାଧାରଣ ଜନତାଙ୍କ ସେବା, ଶିକ୍ଷାର ବିକାଶ ଏବଂ ଓଡ଼ିଶାର ପ୍ରଗତି କ୍ଷେତ୍ରରେ ତାଙ୍କର

ନିଷ୍ଠାପର ଯୋଗଦାନ ସଦାସର୍ବଦା ସ୍ମରଣୀୟ। ତାଙ୍କ ଆଦର୍ଶ ଓ ସାଧୁତା ଆମ ସମସ୍ତଙ୍କ ପାଇଁ

ପ୍ରେରଣାର ଉତ୍ସ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande