
ଭଦ୍ରକ, ୩୧ ଅଗଷ୍ଟ (ହି.ସ.) - ଏହି ଜିଲାର ଭଣ୍ଡାରିପୋଖରୀ ବ୍ଳକ ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜିଲ୍ଲାପାଳକଂ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୧୧୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୮୫ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୨୯ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୩ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୨୫ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୩ଜଣ ଅଭିଯୋଗକାରୀଙ୍କୁ ମୋଟ ୮,୫୦୦/- ଟଙ୍କା ମଞ୍ଜୁର କରାଯାଇଛି। ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ , ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ, ଅତିରିକ୍ତ ଜ଼ିଲ୍ଲାପାଳ ସରୋଜ ଦତ , ମୁଖ୍ୟ ଉନ୍ନୟନ ଅଧିକାରୀ, ଡିଆରଡିଏର ଶୁଭେନ୍ଦ୍ର ସାମଲ, ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୋଦ ପ୍ରହରାଜ, ଭଣ୍ଡାରିପୋଖରୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦେବଦତ ଦାସ ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।
ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ