ଜିଲ୍ଲା ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଖୋର୍ଦ୍ଧା, 31 ଅଗଷ୍ଟ (ହି.ସ.)ଜିଲ୍ଲା ସଦର ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ପ୍ରତାପ ଚନ୍ଦ୍ର ବେଉରା ଏବଂ ଆରକ୍ଷୀ ଅଧିକ୍ଷକ ପାରମାର ସ୍ମିଥ ପାରୁସୋତ୍ତମ୍
Janasunani


ଖୋର୍ଦ୍ଧା, 31 ଅଗଷ୍ଟ (ହି.ସ.)ଜିଲ୍ଲା ସଦର ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ପ୍ରତାପ ଚନ୍ଦ୍ର ବେଉରା ଏବଂ ଆରକ୍ଷୀ ଅଧିକ୍ଷକ ପାରମାର ସ୍ମିଥ ପାରୁସୋତ୍ତମ୍ ଦାସ ଅଭିଯୋଗ ଶୁଣାଣି କରିଥିଲେ l ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଜ୍ୟୋତି ଶଙ୍କର ସାହୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, , ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ,ବି ଡି ଓ , ସିଦ୍ଧାର୍ଥ ପଟ୍ଟନାୟକ, ତହସିଲଦାର , ବିଭାସ ପାଣିଗ୍ରାହୀ ଏବଂ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର ପ୍ରମୁଖ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ l ଆଜିର ଅଭିଯୋଗ ଶିବିରକୁ ମୋଟ ୪୦ଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୩୩ ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୭ଟି ଗ୍ରାମୀଣ ସମସ୍ୟା ଜନିତ ଥିଲା l ଅତିରିକ୍ତ ଜିଲ୍ଲାପାଳ , ଶ୍ରୀ ବେଉରା ଅଭିଯୋଗ ଶିବିରରେ ୩ଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ l ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ l ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, କୁସୁମ କୁମାରୀ ପ୍ରହରାଜ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ଶ୍ରୀୟା ଶାଶ୍ଵତୀ , ଉପ ନିର୍ଦ୍ଦେଶକ ଯୋଜନା ଓ ପରିସଂଖ୍ୟାନ, ଶଙ୍କର ବେହେରା, ଅଗ୍ରଣୀ ବ୍ୟାଙ୍କ୍ ପରିଚାଳକ, ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଅଶୋକ କୁମାର ବେହେରା, ଅବକାରୀ ଅଧିକ୍ଷକ, ଖୋରଧା ଶ୍ରୀମତୀ ସୁମତି ତ୍ରିପାଠୀ, ଡେପୁଟୀ କଲେକ୍ଟର ରଞ୍ଜନ କୁମାର ଦାସ ଙ୍କ ସମେତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ଶିକ୍ଷା, ସ୍ଵାସ୍ଥ୍ୟ ଓ ଗମନାଗମନ ବରିଷ୍ଠ ଅଧିକାରୀ ବୃନ୍ଦ,ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ l

---------------

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande