ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଦେଓଗାଁ ପଂଚାୟତ ସମିତି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ
ବଲାଙ୍ଗିର, ୩୧ ଅଗଷ୍ଟ (ହି.ସ.) - ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ଦେଓଗାଁ ପଂଚାୟତ ସମିତି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସି
ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ


ଜିଲ୍ଲାପାଳ  ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି  ଦେଓଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ


ବଲାଙ୍ଗିର, ୩୧ ଅଗଷ୍ଟ (ହି.ସ.) - ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଆଜି ଦେଓଗାଁ ପଂଚାୟତ ସମିତି କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ । ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଦାଖଲ ହୋଇଥିବା ଅଭିଯୋଗ ପତ୍ରଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି । ବିଭିନ୍ନ ଗାଁରୁ ଆସିଥିବା ଲୋକମାନେ ନିଜ ନିଜ ସମସ୍ୟା ଉପସ୍ଥାପନ କରିଥିଲେ ।

ଏହି ଶିବିରରେ ମୋଟ ୨୯ଟି ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଛି । ତନ୍ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ୨୬ଟି ଏବଂ ସାମୁହିକ ୩ ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଛି । ୦୨ ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଛି । ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣିବା ପରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଅଭିଯୋଗଗୁଡିକ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି

ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନା, ଉପ ଜିଲ୍ଲାପାଳ ଆଲୋକ କୁମାର ପଟେଲ, ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ କୁମାର ମିଶ୍ରଙ୍କ ସହ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

-------------

---------------

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande