ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନା : ଆଗାମୀ ୨୪ ଘଂଟା ୨ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩୧ ଅଗଷ୍ଟ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୩୧ ତାରିଖ ସକାଳ ଠାରୁ ସେପ୍ଟେମ୍ବର ୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଅତ୍ୟଧିକ ଭୀଷଣ ବର୍ଷା ସମ୍ଭାବନା ନେଇ ୨ ଜିଲ୍ଲା(କେ
ଭୀଷଣ ବର୍ଷା ସମ୍ଭାବନା : ଆଗାମୀ ୨୪ ଘଂଟା ୨ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩୧ ଅଗଷ୍ଟ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୩୧ ତାରିଖ ସକାଳ ଠାରୁ ସେପ୍ଟେମ୍ବର ୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ଭୀଷଣ ବର୍ଷା ସମ୍ଭାବନା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଂଟା ମଧ୍ୟରେ ଅତ୍ୟଧିକ ଭୀଷଣ ବର୍ଷା ସମ୍ଭାବନା ନେଇ ୨ ଜିଲ୍ଲା(କେନ୍ଦୁଝର, ସୁନ୍ଦରଗଡ଼)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣରୁ ଅତି ଭୀଷଣ ବର୍ଷାର ସମ୍ଭାବନା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଭୀଷଣ ବର୍ଷା ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡା । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ପର୍ଯ୍ୟନ୍ତ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତିୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande