କୋରାପୁଟରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି : ୫୪ଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ, ୧୧ଟିର ହେଲା ତତ୍କାଳ ସମାଧାନ
ଜୟପୁର, ୩୧ ଅଗଷ୍ଟ (ହି.ସ.)- କୋରାପୁଟ ସଦ୍ଭାବନା ସଭାଗୃହଠାରେ ସୋମବାର ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ଶୁଣାଣିରେ ଜନସାଧାରଣଙ୍କ ମୋଟ ୫୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୩ଟି ଗୋଷ୍ଠୀଗତ ଓ ୫୧ଟି ବ
କୋରାପୁଟରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି  ୫୪ଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ, ୧୧ଟିର ହେଲା ତତ୍କାଳ ସମାଧାନ


ଜୟପୁର, ୩୧ ଅଗଷ୍ଟ (ହି.ସ.)- କୋରାପୁଟ ସଦ୍ଭାବନା ସଭାଗୃହଠାରେ ସୋମବାର ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।

ଏହି ଶୁଣାଣିରେ ଜନସାଧାରଣଙ୍କ ମୋଟ ୫୪ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୩ଟି ଗୋଷ୍ଠୀଗତ ଓ ୫୧ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ଆର୍ଥିକ ସହାୟତା, ଘର ପଟ୍ଟା, ଜମିଜମା ବିବାଦ, ପାନୀୟ ଜଳ, ସ୍ୱାସ୍ଥ୍ୟ, ରାସ୍ତା ଓ ଯାତାୟାତ, ବିଦ୍ୟୁତ ସରବରାହ ଆଦି ବିଭିନ୍ନ ସମସ୍ୟା ନେଇ ଲୋକେ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଉପସ୍ଥାପନ କରିଥିଲେ। ଏଥିମଧ୍ୟରୁ ୧୧ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା।

ଜିଲ୍ଲାପାଳ ଶ୍ରୀ ମହାଜନ ଅଭିଯୋଗକାରୀମାନଙ୍କ ସମସ୍ୟାକୁ ଗୁରୁତ୍ୱର ସହ ଶୁଣିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ତ୍ୱରିତ ଓ ନିୟମାନୁଯାୟୀ ସମାଧାନ ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।

ଶୁଣାଣିରେ କୋରାପୁଟ ଆରକ୍ଷୀ ଅଧୀକ୍ଷକ ରୋହିତ ବର୍ମା, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, କୋରାପୁଟ ବେଣୁଧର ସବର, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ. ରବୀନ୍ଦ୍ର ନାଥ ଏବଂ ପିଏ, ଆଇଟିଡିଏ, କୋରାପୁଟ ଶ୍ରୀମତୀ ସ୍ନେହପ୍ରଭା ମାଝୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande