
ପୁରୀ, ୪ ଅଗଷ୍ଟ (ହି.ସ.)- ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି | ଏହି ଅବସରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ଼ଃ. ଅରବିନ୍ଦ ପାଢ଼ୀ ରାଷ୍ଟ୍ରପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ | ରାଷ୍ଟ୍ରପତି ମହୋଦୟା ଘୋଷଯାତ୍ରାର ରଥତ୍ରୟର ଗୋଟିଏ ଲେଖାଏଁ ପବିତ୍ର ଚକକୁ ରାଷ୍ଟ୍ରପତି ଭବନରେ ସ୍ଥାପନ କରିବା ପାଇଁ ସହମତି ପ୍ରଦାନ କରିଛନ୍ତି । ଏହା ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଆନନ୍ଦ ଓ ଗୌରବର ବିଷୟ ବୋଲି ଶ୍ରୀ ପାଢ଼ୀ ସୂଚନା ଦେଇଛନ୍ତି |
ହିନ୍ଦୁସ୍ଥାନ ସମାଚାର / ବିଜୟ