ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୪ ଅଗଷ୍ଟ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୪ ତାରିଖ ସକାଳ ଠାରୁ ଆସନ୍ତା ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି
ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୪ ଅଗଷ୍ଟ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୪ ତାରିଖ ସକାଳ ଠାରୁ ଆସନ୍ତା ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଅନୁରୂପ ଭାବେ ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ସମ୍ଭାବନା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ସମ୍ଭାବନା ନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଭୀଷଣ ବର୍ଷା ସମ୍ଭାବନା ନେଇ ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା, ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା, ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା ଏବଂ ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande