
ଭୁବନେଶ୍ୱର, ୪ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୧୦ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଝାରସୁଗୁଡ଼ା ଜିଲ୍ଲାର ଝାରସୁଗୁଡ଼ାରେ ସର୍ବାଧିକ ୧୧୪.୩ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଗଞ୍ଜାମ ଜିଲ୍ଲାର ଚିକିଟିରେ ୧୧୧.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ୯୩.୦ ମି.ମି., ସମ୍ବଲପୁର ଜିଲ୍ଲାର ବାମରାରେ ୯୧.୦ ମି.ମି., କେନ୍ଦୁଝର ଜିଲ୍ଲାର ଝୁମ୍ପୁରାରେ ୮୫.୪ ମି.ମି., ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡ଼ାରେ ୮୩.୬ ମି.ମି., ଢ଼େଙ୍କାନାଳ ଜିଲ୍ଲାର କଙ୍କଡ଼ାହାଡ଼ରେ ୭୬.୪ ମି.ମି., ବୌଦ୍ଧ ଜିଲ୍ଲାର ହରଭଙ୍ଗାରେ ୭୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷିରେ ୬୮.୦ ମି.ମି., ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡିରେ ୬୫.୦ ମି.ମି., ହିଞ୍ଜିଳିରେ ୬୪.୦ ମି.ମି., ବରଗଡ଼ ଜିଲ୍ଲାର ବିଜେପୁରରେ ୬୨.୦ ମି.ମି. ଏବଂ ଅମ୍ବାଭୋନାରେ ୬୧.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ