ଫୁଲବାଣୀରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ, ପ୍ରସ୍ତୁତି ବୈଠକ
Preparatory meeting of 80th Independence day News
ଫୋଟ


କନ୍ଧମାଳ, ୦୪ ଅଗଷ୍ଟ(ହି.ସ.) – ଚଳିତ ବର୍ଷ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ, ଅନୁଷ୍ଠିତ ହୋଇଯାଇଛି। କନ୍ଧମାଳ ଜିଲ୍ଲାପାଳ ତଥା ଉତ୍ସବ ପାଳନ କମିଟି ଅଧ୍ୟକ୍ଷ ଶ୍ରୀ ବେଦଭୂଷଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ଜିଲ୍ଲାସ୍ତରୀୟ ଜାତୀୟ ପତାକା ଉତୋଳନ ଉକ୍ତ ଦିନର ଅତିଥି କରିବା ସହ ପ୍ୟାରେଡ୍ ଅଭିବାଦନ ଗ୍ରହଣ କରିବେ। ଏଥିସହ ପ୍ୟାରେଡ୍ ପଡ଼ିଆରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହେବା ପାଇଁ ନିଷ୍ପତି ଗ୍ରହଣ କରାଯାଇଛି। ଭୋର୍ରୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ରାମଧୁନ ସହ ପ୍ରଭାତଫେରୀ, ମହାପୁରୁଷଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯିବ। ସକାଳ ୭.୩୦ ମିନିଟ୍ ସମୟରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ବେସରକାରୀ ଅନୁଷ୍ଠାନମାନଙ୍କରେ ପତାକା ଉତୋଳନ କରାଯିବ। ପୁର୍ବ ଦିନରୁ ସମସ୍ତ କାର୍ଯ୍ୟାଳୟ, ଅନୁଷ୍ଠାନ ଓ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ଆଲୋକୀକରଣ କରାଯିବା ପାଇଁ ଅନୁରୋଧ କରାଯିବ। ପ୍ୟାରେଡ୍ ଅଭିବାଦନ ଗ୍ରହଣ ପରେ ମୁଖ୍ୟଅତିଥି କାରାଗାରର ଅନ୍ତେବାସୀମାନଙ୍କୁ ଭେଟିବେ ପରେ ଗୋପବନ୍ଧୁ ବାଳାଶ୍ରମ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରୋଗୀମାନଙ୍କୁ ଫଳ ଓ ବୃଦ୍ଧାଶ୍ରମର ଅନ୍ତେବାସୀମାନଙ୍କୁ ଫଳ ଓ ଛତା ବଂଟନ ଫୁଲବାଣୀ ରକ୍ତଭଣ୍ଡାରରେ ସ୍ୱେଛାକୃତ ରକ୍ତଦାନ ଶିବିରରେ ଯୋଗଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା କାର୍ଯ୍ୟକ୍ରମ ରହିଛି। ଚଳିତ ବର୍ଷ ମାଦିକୁନ୍ଦା ପୋଲିସ ପଡ଼ିଆ ପରିବର୍ତେ କନ୍ଧମାଳ ଷ୍ଟାଡିୟମ୍ ଠାରେ ଆୟୋଜିତ ହେବ। ସଂନ୍ଧ୍ୟାରେ ସାଂସ୍କୃତିକ ବିଭାଗ ପକ୍ଷରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଏହି ଅବସରରେ କନ୍ଧମାଳ ଆରକ୍ଷୀ ଅଧିକ୍ଷକ ଶ୍ରୀ ରମେନ୍ଦ୍ର ପ୍ରସାଦଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଶଳ ଚନ୍ଦ୍ର ନାଏକ ଓ ଭକ୍ତବନ୍ଧୁ ଜନାର୍ଦ୍ଦନ ଦଳେଇ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଶମ୍ଭୁନାଥ ନନ୍ଦୀ, ଉପଜିଲ୍ଲାପାଳ ଶ୍ରୀ ଭିକାରୀ ଚରଣ ସାହୁଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ବିଭିନ୍ନ ସଂଗଠନର ପ୍ରତିନିଧି ଓ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗ ଦେଇଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ


 rajesh pande