
ଭୁବନେଶ୍ୱର, 04 ଅଗଷ୍ଟ (ହି.ସ.)-ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ
ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର
ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ।
ସାମାଜିକ ଉନ୍ନତି ଓ ମହିଳା ସଶକ୍ତିକରଣ କ୍ଷେତ୍ରରେ ତାଙ୍କ ଅବଦାନ ସଦା ସର୍ବଦା ସ୍ମରଣୀୟ ହୋଇ
ରହିବ ।
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ଯେ, ଅଗ୍ନିବର୍ଷୀ
ନେତ୍ରୀ, ସମାଜସେବୀ ଏବଂ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ
ନନ୍ଦିନୀ ଶତପଥୀଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା