
ଭୁବନେଶ୍ୱର, 04 ଅଗଷ୍ଟ (ହି.ସ.)- ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ
ଶତପଥୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ
ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଓଡ଼ିଶାର ପ୍ରଥମ ମହିଳା
ମୁଖ୍ୟମନ୍ତ୍ରୀ, ସୁଲେଖିକା ତଥା ସାମ୍ବାଦିକା ନନ୍ଦିନୀ ଶତପଥୀଙ୍କ
ଶ୍ରାଦ୍ଧବାର୍ଷିକୀରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ
କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା