ସ୍ୱାଧୀନତା ଦିବସ ପାଳନ ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଭୁବନେଶ୍ୱର, ୦୫ ଅଗଷ୍ଟ (ହି.ସ.) - ଚଳିତ ବର୍ଷ ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିବେ । ଏହି ପରିପ୍ରେକ୍ଷୀରେ ବୁଧବାର ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୬ ପାଳନର ର
wdrg


ଭୁବନେଶ୍ୱର, ୦୫ ଅଗଷ୍ଟ (ହି.ସ.) - ଚଳିତ ବର୍ଷ ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିବେ ।

ଏହି ପରିପ୍ରେକ୍ଷୀରେ ବୁଧବାର ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୬ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବୈଠକରେ ନିର୍ଦ୍ଦେଶ ଦେଇଥିଲେ ।

ଚଳିତ ବର୍ଷ ମହାତ୍ମା ଗାନ୍ଧୀ ମାର୍ଗଠାରେ ସକାଳ ୯ ଘଟିକା ସମୟରେ ମୁଖ୍ୟମନ୍ତ୍ରୀ ଆନୁଷ୍ଠାନିକ ଭାବେ ପତାକା ଉତୋଳନ କରିବେ। ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ପ୍ୟାରେଡ୍ ଓ ପତାକା ଉତୋଳନ ସ୍ଥାନଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ବରପୁତ୍ରମାନଙ୍କ ଫଟୋଚିତ୍ର ପ୍ରଦର୍ଶନ, ନିମନ୍ତ୍ରିତ ଅତିଥିଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା । ରାଜଭବନରୁ ଉତ୍ସବସ୍ଥଳ ପର୍ଯ୍ୟନ୍ତ ରାସ୍ତାକୁ ସୁସଜ୍ଜିତ କରାଯିବ । ସାଧାରଣତନ୍ତ୍ର ଦିବସ-୨୦୨୬ରେ ଆୟୋଜିତ ରାଜ୍ୟସ୍ତରୀୟ ପ୍ୟାରେଡ୍ ରେ ଶ୍ରେଷ୍ଠ ବିବେଚିତ ବିଭିନ୍ନ କଂଟିଜେଂଟ ଓ ପ୍ରଜ୍ଞାପନ ମେଢ଼କୁ ମୁଖ୍ୟମନ୍ତ୍ରୀ ପୁରସ୍କାର ପ୍ରଦାନ ସହ ସମ୍ବର୍ଦ୍ଧିତ କରିବେ । ଏଥି ସହ ଉତ୍ସବସ୍ଥଳକୁ ଆକର୍ଷଣୀୟ ସାଜସଜ୍ଜା କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା ପରାମର୍ଶ ଦେଇଥିଲେ ।

ଚଳିତ ସ୍ୱାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ କରାଯିବ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍ ଓ ପିଇବା ପାଣି ବ୍ୟବସ୍ଥା କରାଯିବ । ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍ ନିୟନ୍ତ୍ରଣକୁ କମିଶନରେଟ୍ ପୋଲିସ ପକ୍ଷରୁ ପରିଚାଳନା କରାଯିବ ।

ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଅନୁଜ କୁମାର ଦାସ ପଟ୍ଟନାୟକ, ନିର୍ଦ୍ଦେଶକ(ବୈଷୟିକ) ଗୁରବୀର ସିଂ, ଅତିରିକ୍ତ ଶାସନ ସଚିବ ଅଶୋକ କୁମାର ବେଉରିଆ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ସ୍ମିତା କର, ଯୁଗ୍ମ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande