
ଭୁବନେଶ୍ୱର, ୦୫ ଅଗଷ୍ଟ (ହି.ସ.) - କର୍ତବ୍ୟ ପାଳନ କରିବା ବେଳେ ନିଜ ଜୀବନକୁ ଉତ୍ସର୍ଗ କରିଥିବା କେଉଁଝର ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଗ୍ନିଶମ କର୍ମଚାରୀ, ତାଳଚେରର ବୀର ସନ୍ତାନ ସ୍ୱର୍ଗତ ଚନ୍ଦନ ପଟ୍ଟନାୟକଙ୍କ ପ୍ରତି ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।
ତାଙ୍କ ଅମୂଲ୍ୟ ବଳିଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କ ପରିବାରକୁ ୧ କୋଟି ୨୦ ଲକ୍ଷ ଟଙ୍କାର ଆର୍ôଥକ ସହାୟତା ପ୍ରଦାନ କରାଯାଇଛି। ଏହାସହ ପରିବାରର ଜଣେ ସଦସ୍ୟଙ୍କୁ ସରକାରୀ ଚାକିରିର ନିଯୁକ୍ତିପତ୍ର ମଧ୍ୟ ହସ୍ତାନ୍ତର କରାଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା