
ଭୁବନେଶ୍ୱର, 05 ଅଗଷ୍ଟ (ହି.ସ.)- ଐତିହାସିକ ପ୍ୟାରୀମୋହନ ଆଚାର୍ଯ୍ୟଙ୍କ ସ୍ମୃତିଚାରଣ
କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଏବଂ କେଭି
ସିଂହଦେଓ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ସେୟାର କରି
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ଶିକ୍ଷାବିତ,ଐତିହାସିକ ତଥା
ସମାଜ ସଂସ୍କାରକ ସ୍ୱର୍ଗତ ପ୍ୟାରୀମୋହନ ଆଚାର୍ଯ୍ୟଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ। ତାଙ୍କର
ଆଦର୍ଶ, ଜ୍ଞାନସାଧନା ଏବଂ ସମାଜ ପ୍ରତି ଅବଦାନ ସର୍ବଦା ଆମକୁ ପ୍ରେରଣା
ଯୋଗାଇବ।
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ଯେ, ବିଶିଷ୍ଟ
ଶିକ୍ଷାବିତ ତଥା ଐତିହାସିକ ପ୍ୟାରୀମୋହନ ଆଚାର୍ଯ୍ୟଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଜଣାଉଛି ।
ସେହିପରି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ବିଶିଷ୍ଟ
ଶିକ୍ଷାବିତ ତଥା ଐତିହାସିକ ପ୍ୟାରୀମୋହନ ଆଚାର୍ଯ୍ୟ ଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଅମର
ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା