ଓଡ଼ିଶା ଗସ୍ତ ସାରି ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି
ଭୁବନେଶ୍ୱର, ୦୫ ଅଗଷ୍ଟ (ହି.ସ.) - ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଜୀଙ୍କ ଓଡ଼ିଶା ଗସ୍ତ ଶେଷ କରି ନୂଆଦିଲ୍ଲୀ ଫେରିଯାଇଛନ୍ତି। ଏହି ଅବସରରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପଟି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ସାଦର ବିଦାୟ ସମ୍ବର୍ଦ୍ଧନ
president


ଭୁବନେଶ୍ୱର, ୦୫ ଅଗଷ୍ଟ (ହି.ସ.) - ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଜୀଙ୍କ ଓଡ଼ିଶା ଗସ୍ତ ଶେଷ କରି ନୂଆଦିଲ୍ଲୀ ଫେରିଯାଇଛନ୍ତି। ଏହି ଅବସରରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପଟି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ସାଦର ବିଦାୟ ସମ୍ବର୍ଦ୍ଧନା ଜଣାଇଛନ୍ତି ।

ମାତୃଭୂମି ଓଡ଼ିଶା ପ୍ରତି ରାଷ୍ଟ୍ରପତିଙ୍କ ଶ୍ରଦ୍ଧା, ସ୍ନେହ ଏବଂ ମାର୍ଗଦର୍ଶନ ଆମ ସମସ୍ତଙ୍କ ପାଇଁ ସଦାସର୍ବଦା ଅପୂର୍ବ ପ୍ରେରଣାର ସ୍ରୋତ। ତାଙ୍କର ଏହି ଗସ୍ତ ରାଜ୍ୟର ବିକାଶ ଆଭିମୁଖ୍ୟକୁ ଆହୁରି ସୁଦୃଢ଼ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande