ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୬ ଅଗଷ୍ଟ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୬ ତାରିଖ ସକାଳ ଠାରୁ ଆସନ୍ତା ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ସମ
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୬ ଅଗଷ୍ଟ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୬ ତାରିଖ ସକାଳ ଠାରୁ ଆସନ୍ତା ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ପର୍ଯ୍ୟନ୍ତ ୩୦ ଜିଲ୍ଲା, ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ପର୍ଯ୍ୟନ୍ତ ୩୦ ଜିଲ୍ଲା, ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୧୪ ଜିଲ୍ଲା ଏବଂ ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande