
ଭୁବନେଶ୍ୱର, ୬ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୧୬ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ୱରରେ ସର୍ବାଧିକ ୧୦୭.୯ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଯାଜପୁର ଜିଲ୍ଲାର ଜେନାପୁରରେ ୧୦୬.୮ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ୧୦୦.୦ ମି.ମି., କଟକ ଜିଲ୍ଲାର ମାହାଙ୍ଗାରେ ୯୨.୦ ମି.ମି., ନିଶ୍ଚିନ୍ତକୋଇଲିରେ ୮୨.୦ ମି.ମି., କଂଟାପଡାରେ ୮୧.୦ ମି.ମି., ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରିରେ ୮୦.୦ ମି.ମି., ଯାଜପୁର ଜିଲ୍ଲାର ସୁକିନ୍ଦାରେ ୭୬.୦ ମି.ମି., ଯାଜପୁରରେ ୭୫.୦ ମି.ମି., ବାଲେଶ୍ୱର ଜିଲ୍ଲାର ରାଜଘାଟରେ ୭୪.୮ ମି.ମି., ଜଗତସିଂହପୁର ଜିଲ୍ଲାର ବିରିଡ଼ିରେ ୭୨.୦ ମି.ମି., ବାଲେଶ୍ୱର ଜିଲ୍ଲାର ଭୋଗୋରାଇରେ ୬୮.୦ ଏବଂ ଏନଏଚ-୫, ଗୋବିନ୍ଦପୁରରେ ୬୬.୨ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ