ଖୋଲିଲା ଆଉ ୪ ସ୍ଲୁଇସ୍ ଗେଟ୍ : ହୀରାକୁଦ ଜଳଭଣ୍ଡାରରୁ ୧୨ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ଭୁବନେଶ୍ୱର, ୯ ଅଗଷ୍ଟ (ହି.ସ.)- ରବିବାର ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୮ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ପରେ ସ୍ଥିତିକୁ ଦେଖି ପୂର୍ବାହ୍ନ ୯ଟା ସୁଦ୍ଧା ପର୍ଯ୍ୟାୟ କ୍ରମେ ଆଉ ୪ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ମୋଟ୍ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ
ହୀରାକୁଦ ଜଳଭଣ୍ଡାର


ଭୁବନେଶ୍ୱର, ୯ ଅଗଷ୍ଟ (ହି.ସ.)- ରବିବାର ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୮ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ପରେ ସ୍ଥିତିକୁ ଦେଖି ପୂର୍ବାହ୍ନ ୯ଟା ସୁଦ୍ଧା ପର୍ଯ୍ୟାୟ କ୍ରମେ ଆଉ ୪ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ମୋଟ୍ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୮ଟି ଏବଂ ଡାହାଣ ପାଶ୍ୱର୍ ଡାଇକ୍ ର ୪ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।

ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୧୩.୮୯ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୧୫ ହଜାର ୧୮୬ କ୍ୟୁସେକ୍ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୧୨ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ, ପାୱାର ଚେନେଲ, ଶିଳ୍ପ ବ୍ୟବହାର ଓ ବିଭିନ୍ନ କେନାଲ ଦେଇ ମୋଟ୍ ୨ ଲକ୍ଷ ୧୫ ହଜାର ୧୮୬ କ୍ୟୁସେକ୍ ବନ୍ୟାଜଳ ନିଷ୍କାସନ ହେଉଛି ।

ସେହିପରି ଗତ ୨୪ ଘଂଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ହାରାହାରି ୩୫.୯୫ ମି.ମି. ବର୍ଷା ଏବଂ ତଳ ମୁଣ୍ଡରେ ହାରାହାରି ୧୬.୭୧ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande