ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୦ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୧୦ ତାରିଖ ସକାଳ ଠାରୁ ଆସନ୍ତା ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇ
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୦ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୧୦ ତାରିଖ ସକାଳ ଠାରୁ ଆସନ୍ତା ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ୱାର୍ଣ୍ଣିଂ ଜାରି ହୋଇଛି ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୨ ଜିଲ୍ଲା (କନ୍ଧମାଳ, କଳାହାଣ୍ଡି)କୁ ରେଡ୍ ୱାର୍ଣ୍ଣିଂ, ୫ ଜିଲ୍ଲା(ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୩ ଜିଲ୍ଲା(କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୪ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande