ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୭ ସ୍ଥାନରେ ଭୀଷଣ ବର୍ଷା : କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୧୦୪.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୦ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୭ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୧୦୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲାର ଜଟଣୀରେ ୮୪
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୭ ସ୍ଥାନରେ ଭୀଷଣ ବର୍ଷା : କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୧୦୪.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୦ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୭ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୧୦୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଖୋର୍ଦ୍ଧା ଜିଲ୍ଲାର ଜଟଣୀରେ ୮୪.୦ ମି.ମି., ଚିଲିକାରେ ୭୮.୦ ମି.ମି., ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ୭୭.୩ ମି.ମି., ସମ୍ବଲପୁର ଜିଲ୍ଲାର ନାକ୍ଟିଦେଉଳରେ ୭୦.୨ ମି.ମି., ପୁରୀ ଜିଲ୍ଲାର ବ୍ରହ୍ମଗିରିରେ ୬୭.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଖୋର୍ଦ୍ଧା(ପିଟିଓ)ରେ ୬୭.୦ ମି.ମି., ପୁରୀ ଜିଲ୍ଲାର ସତ୍ୟବାଦୀରେ ୬୨.୦ ମି.ମି., ଗଞ୍ଜାମ ଜିଲ୍ଲାର ଗଞ୍ଜାମରେ ୫୮.୪ ମି.ମି., ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗିରେ ୫୮.୦ ମି.ମି., ନୟାଗଡ଼ ଜିଲ୍ଲାର ରଣପୁରରେ ୫୬.୮ ମି.ମି., ଜଗତସିଂହପୁର ଜିଲ୍ଲାର ବିରିଡ଼ିରେ ୫୬.୦ ମି.ମି. ଏବଂ ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ ୫୫.୫ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande